ସମ ହସ୍ପିଟାଲରେ କୋଭିଡ 19 ଭ୍ୟାକସିନର ମାନବ ପରୀକ୍ଷଣ ଆରମ୍ଭ

କରୋନା ମହାମାରୀର ମୁକାବିଲା କରିବା ନିମନ୍ତେ କୋଭିଡ-19 ଭ୍ୟାକସିନର ମାନବ ପରୀକ୍ଷଣ ସୋମବାର ଇନ୍ଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସେସ ଆଣ୍ଡ ସମ ହସ୍ପିଟାଲରେ ଆରମ୍ଭ ହୋଇଛି |ସମ ହସ୍ପିଟାଲରେ ଏହି ପରୀକ୍ଷଣ ନିମନ୍ତେ ଗତ 20 ତାରିଖରେ ଆରମ୍ଭ ହୋଇଥିବା ପ୍ରିଭେନଟିଭ ଆଣ୍ଡ ଥେରାପିଉଟିକ କ୍ଲିନିକାଲ ୟୁନିଟରେ ସ୍ବେଛାସେବୀ ମାନଙ୍କ ଶରୀରରେ ଏହି ଭ୍ୟାକସିନର ପ୍ରୟୋଗ କରାଯାଇଛି |


ଭାରତ ବାୟୋଟେକ ଦ୍ୱାରା ପ୍ରସ୍ତୁତ କରାଯାଇଥିବ। Covaxin ନାମକ ଏହି ଭ୍ୟାକସିନର ପରୀକ୍ଷଣ ନିମନ୍ତେ ଅନେକ ସ୍ବେଛାସେବୀଙ୍କ ମଧ୍ୟରେ ଆଗ୍ରହ ସୃଷ୍ଟି ପାଉଥିବା ସୂଚନା ଦେଇଛନ୍ତି ଏହି ପରୀକ୍ଷଣ ପ୍ରକ୍ରିୟାର ମୁଖ୍ୟ ପରୀକ୍ଷକ ଡ଼ଃ ଇ. ଭେଙ୍କଟ ରାଓ ।


ବିଭିନ୍ନ ପର୍ଯ୍ୟାୟରେ ସ୍କ୍ରିନିଂ କରାଯିବା ପରେ ସ୍ବେଛାସେବୀ ମାନଙ୍କ ଶରୀରରେ ଭ୍ୟାକସିନ ପ୍ରୟୋଗ କରାଯାଇଥିବା ସମ ହସ୍ପିଟାଲର କମ୍ୟୁନିଟି ମେଡ଼ିସିନ ବିଭାଗର ପ୍ରଫେସର ଡ଼ଃ ରାଓ ସୂଚନା ଦେଇଛନ୍ତି |
ପରୀକ୍ଷଣ ପରେ ସ୍ବେଛାସେବୀ ମାନଙ୍କୁ ପର୍ଯ୍ୟବେକ୍ଷଣରେ ରଖାଯାଇଛି ଓ ସମସ୍ତେ ସୁସ୍ଥ ଅଛନ୍ତି ବୋଲି ଡ଼ଃ ରାଓ ସୂଚନା ଦେଇଛନ୍ତି |

ଭାରତ ବାୟୋଟେକକୁ ଏହି ଭ୍ୟାକସିନ ପରୀକ୍ଷଣରେ ସହଯୋଗ କରୁଥିବା ଇଣ୍ଡିଆନ କାଉନସିଲ ଫର ମେଡିକାଲ ରିସର୍ଚ୍ଚ (ଆଇସିଏମଆର ) ପରୀକ୍ଷଣ ନିମନ୍ତେ ଦେଶର 12 ଟି ସ୍ବାସ୍ଥ୍ୟ ସେବା ଅନୁଷ୍ଠାନକୁ ବାଛିଥିବା ବେଳେ ଓଡିଶାର ଏକମାତ୍ର ଅନୁଷ୍ଠାନ ଭାବେ ଆଇଏମଏସ ଆଣ୍ଡ ସମ ହସ୍ପିଟାଲକୁ ମନୋନୀତ କରାଯାଇଛି |
ଇଛୁକ ସ୍ବେଛାସେବୀ ମାନେ ptctu.soa.ac.in ୱେବସାଇଟ ରେ ରେଜିଷ୍ଟ୍ରସନ କରିପାରିବେ। ଏହି ବ୍ୟକ୍ତି ରୋଗମୁକ୍ତ ହୋଇଥିବା ସହ ସ୍କ୍ରିନିଂ ପ୍ରକ୍ରିୟା ମାଧ୍ୟମରେ କେତେକ ପ୍ରଶ୍ନର ଉତ୍ତର ଦେଇ ୱେବସାଇଟରେ ନିଜ ନାମ ପଂଜିକୃତ କରି ପାରିବେ |