୧୨ ଜିଲ୍ଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ବର-  ୧୨ ଜିଲ୍ଲାକୁ ସତର୍କ ସୂଚନା ଜାରି ।ଆଗାମୀ ୨୪ ଘଣ୍ଟା ଭିତରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।କଳାହାଣ୍ଡି, ଗଞ୍ଜାମ, ସୋନପୁର, ମାଲକାନଗିରି, କୋରାପୁଟ,ନବରଙ୍ଗପୁର,ନୂଆପଡା,ବରଗଡ, କଟକ,ବୌଦ୍ଧ,ଦେବଗଡ ଓ ସମ୍ବଳପୁର ଜିଲ୍ଲା ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଅର୍ଥାତ ୩୧ ତାରିଖ ବେଳକୁ ଲଘୁଚାପରେ ପରିଣତ ହେବ। ଏହାର ପ୍ରଭାବରେ ଆସନ୍ତା ସପ୍ତାହକ ଯାଏ ସାରା ଓଡ଼ିଶାରେ ପ୍ରବଳ ବର୍ଷା ଲାଗିରହିବ ବୋଲି ଆଶା କରାଯାଉଛି।ତେବେ ୩୦ ଓ ୩୧ ତାରିକ ଦୁ ଦିନ ବର୍ଷା ପରିମାଣ କମିବ । କିନ୍ତୁ ଅଗଷ୍ଟ ପ୍ରଥମ ସପ୍ତାହରେ ଭଲ ବର୍ଷା ହେବ ବୋଲି କହିଛି ପାଣିପାଗ ବିଭାଗ ।