ପୁରୀ () ଧୀରେଧୀରେ ଦୂର ହୋଇଆସୁଛି ରଥଯାତ୍ରା ନେଇ ରହିଥିବା ସଂଶୟ । ଶ୍ରୀକ୍ଷେତ୍ରରେ ଏକ ଭକ୍ତିଭାବାପନ୍ନ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଛି ଭଉଁରୀ ଯାତ୍ରା । ବଡଦାଣ୍ଡରେ ଚକଡ଼େରା ନୀତି ସଂପନ୍ନ ହୋଇଛି । ବିଳମ୍ବରେ ରଥ ନିର୍ମାଣ ଅରମ୍ଭ ଆରମ୍ଭ ହେବାରୁ ନୃସିଂହ ଚତୁର୍ଦଶୀରେ ଗଜ ଅନୁକୂଳ ହୋଇପାରି ନଥିଲେ ମଧ୍ୟ ତିଥି ଅନୁସାରେ ଚକଡ଼େରା ନୀତି ସଂପନ୍ନ ହୋଇଛି ।
ଘଣ୍ଟା କାହାଳୀ ବାଦ୍ୟ ସହିତ ଶ୍ରୀମନ୍ଦିରରୁ ଆଜ୍ଞାମାଳ ବିଜେ ପରେ ରଥଖଳାରେ ଏକ ଭିନ୍ନ ଏକ ପରିବେଶ ସୃଷ୍ଟି ହୋଇଥିଲା । କରୋନା କଟକଣା ଭିତରେ କାର୍ଯ୍ୟରତ ସେବାୟତମାନେ ଉତ୍ସାହିତ ହୋଇପଡ଼ିଥିଲେ । ଆଜ୍ଞାମାଳ ବିଜେ ପରେ କାଳବିଳମ୍ବ ନକରି ଆରମ୍ଭ ହୋଇଥିଲା ଚକଡେରା ନୀତି । ସେବାୟତମାନେ ତିନି ରଥର ତିନୋଟି ଅଖ ସହ ଛଅଟି ଚକ ସଂଯୋଗ କରିଥିଲେ । ସମସ୍ତେ ଥିଲେ ବେଶ୍ ଉତ୍ସାହିତ ।
ଚଳିତବର୍ଷ ୧୨ ଦିନ ବିଳମ୍ବରେ ରଥ ନିର୍ମାଣ ଅରମ୍ଭ ହୋଇଥିବାରୁ ଭଉଁରୀ ତିଥିରେ ଚକଡେରା ନୀତି ସେବାୟତମାନଙ୍କ ପାଇଁ ଏକ ଚାଲେଞ୍ଜ୍ ଥିଲା । ବିନା ବିଘ୍ନରେ ଏହିନୀତି ସଂପନ୍ନ ହେବା ପରେ ରଥ ନିର୍ମାଣର ଆଉ ଏକ ପର୍ଯ୍ୟାୟ ଆରମ୍ଭ ହୋଇଛି । ଆଗକୁ ରଥ ନିର୍ମାଣର ସମସ୍ତ କାମ ତିଥି ଅନୁସାରେ ସଂପନ୍ନ ହୋଇ ଠିକ୍ ସମୟରେ ରଥ ନିର୍ମାଣ ସଂପୂଣ ବୋଲି ସମସ୍ତେ ଆଶାବାଦି ଅଛନ୍ତି ।
ସେପଟେ କୋଭିଡ୍-୧୯ ଗାଇଡ୍ଲାଇନ୍ ଅନୁସାରେ ସ୍ନାନଯାତ୍ରା, ଅଣସର ନୀତି ଓ ରଥଯାତ୍ରା ପାଇଁ ଦଇତାପତି, ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସନ , ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଓ ଅନ୍ୟ ଅଧିକାରୀଙ୍କୁ ନେଇ ଏକ ବୈଠକ ବସିଥିଲା ।
ଶ୍ରୀମନ୍ଦିର ପ୍ରଶାସନ ଏବଂ ପୁରୀ ପ୍ରଶାସନ ସହ କରୋନା ସଚେତନତା ନେଇ ମଧ୍ୟ ଦଇତାପତି ସେବକ ମନେ ପୁରୀ ସ୍ଥିତ ନୀଳାଦ୍ରି ଭକ୍ତ ନିବାସ ଠାରେ ଆଲୋଚନା କରିଛନ୍ତି